News
WhatsApp Image 2023-10-04 at 17.25.00
samparksetu

ଜୁନ୍ ୧୭ ସକାଳ ୫ଟା ଯାଏଁ ଲକଡାଉନ୍ ବଢାଇଲେ ରାଜ୍ୟ ସରକାର

ବଢୁଥିବା ସଂକ୍ରମଣ କୁ ଦୃଷ୍ଟିରେ ରଖି ରାଜ୍ୟରେ  ଲକଡାଉନ୍ ଅବଧିକୁ ବଢାଯାଇଛି। ଜୁନ୍ ୧ ତାରିଖ ସକାଳ ୫ଟାରୁ ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଜାରି ରହିବ। ଏହି ସମୟରେ ସ୍ବାସ୍ଥ୍ୟସେବା, ଟେଷ୍ଟିଂ, ଟୀକାକରଣ ସମେତ ଅନ୍ୟାନ୍ୟ ଅତ୍ୟାବଶ୍ୟକ କାର୍ଯ୍ୟ ପାଇଁ କୌଣସି କଟକଣା ନାହିଁ, ସପ୍ତାହାନ୍ତ ସଟ୍‌ଡାଉନ୍ ଜାରି ରହିବ।

ଜୁନ୍ ୧୭ ସକାଳ ୫ଟା  ଯାଏଁ ଲକଡାଉନ୍  ରହିବ ଓଡିଶା । ଆଜି ଏନେଇ ରାଜ୍ୟର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ।

ସୂଚନା ମୁତାବକ, ଆସନ୍ତା ୧୭ ତାରିଖ ଯାଏଁ ଓଡିଶାରେ ଲାଗୁ ରହିବ ଲକଡାଉନ୍ । ଏହି ସମୟରେ ପୂର୍ବଭଳି ସମସ୍ତ ନିୟମ ଓ କଟକଣା ଲାଗିରହିବ । ତେବେ କେବଳ ୩ଟି ଜିଲ୍ଲା ନୂଆପଡା, ଗଜପତି ଓ ସୁନ୍ଦରଗଡରେ କଟକଣା କୋହଳ କରାଯାଇଛି । ଏହି ୩ ଜିଲ୍ଲାରେ ଦିନ ୧ଟା ଯାଏଁ ଦୋକାନ ବଜାର ଖୋଲାରହିବ । ଅନ୍ୟ ସମସ୍ତ ଜିଲ୍ଲାରେ ପୂର୍ବଭଳି ୧୧ଟା ଯାଏଁ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣାବିକା କରିପାରିବେ ।

ତେବେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅନୁଯାୟୀ , ଲକଡାଉନ୍ ଲାଗିବା ଫଳରେ ରାଜ୍ୟରେ ସଂକ୍ରମଣ ତଳମୁହାଁ ହୋଇଛି । ଏହାକୁ ଆଖି ଆଗରେ ରଖି ରାଜ୍ୟ ସରକାର ପୁଣି ଏହାର ଅବଧି ବୃଦ୍ଧି କରିଛନ୍ତି ।  ସଂକ୍ରମଣ କମିଲେ କଟକଣା ମଧ୍ୟ କୋହଳ ହେବ ।

new life
You might also like
error: Content is protected !!