News
WhatsApp Image 2023-10-04 at 17.25.00
samparksetu

ଅଜଣା ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ଢେଙ୍କାନାଳ ଜିଲ୍ଲା ୫୩ନଂ ଜାତୀୟ ରାଜପଥ ଓଭରବ୍ରିଜ୍ ଉପରେ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ଶୁକ୍ରବାର ଭୋର ସମୟରେ ମହିଳା ଜଣଙ୍କ ଓଭରବ୍ରିଜ୍ ଉପର ଦେଇ ଚାଲି ଚାଲି ଯାଉଥିବା ବେଳେ କୌଣସି ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଛି । ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

ଖବର ପାଇ ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡିକାଲକୁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି ।

new life
You might also like
error: Content is protected !!