News
WhatsApp Image 2023-10-04 at 17.25.00
samparksetu

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ବିରାଡ଼ିଆ ଜଙ୍ଗଲରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ବିରାଡ଼ିଆ ହରିଜନ ସାହିର ଝୁନୁ ନାଏକ ।

ଦନ୍ତା ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁବରଣ କରିଥିବାର ଜଣାପଡିଛି । ସୂଚନା ଅନୁଯାୟୀ , ଆଜି ସକାଳେ ସେ ଛେଳି ଚରାଇବାକୁ ପାଖ ଜଙ୍ଗଲକୁ ଯାଇ କାଠ ଧରି ଫରୁଥିଲେ । ସେହି ସମୟରେ ଏକ ଦନ୍ତା ହାବୁଡ଼ରେ ପଡିଯାଇଥିଲେ । ତେବେ ଦନ୍ତା ଆକ୍ରମଣରେ ତାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ , ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛନ୍ତି।

new life
You might also like
error: Content is protected !!