News
WhatsApp Image 2023-10-04 at 17.25.00
samparksetu

କୋଭିଡ କଟକଣାରେ ହେବ ପାଠପଢା, ଜୁନ୍ ପହିଲାରୁ ଖୋଲିବ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ

ଆସନ୍ତା ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ଏନେଇ ବିଶ୍ବବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ପ୍ରିନ୍ସିପାଲମାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି । ତେବେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ସରକାର ଚଳିତ ମାସ ପ୍ରଥମ ସପ୍ତାହରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିଦେଇଥିଲେ ।

ସୂଚନା ଅନୁଯାୟୀ, ରାଜ୍ୟରେ କରୋନା ମହାମାରୀ ଦ୍ୱିତୀୟ ଲହରର ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ଚଳିତ ମାସ ପ୍ରଥମ ସପ୍ତାହରେ ସମସ୍ତ ଶିକ୍ଷାନୁଷ୍ଠାନକୁ ତତ୍କାଳ ପ୍ରଭାବରୁ ବନ୍ଦ କରିଦେଇଥିଲେ । ତେବେ ଆଜି ଉଚ୍ଚଶିକ୍ଷା ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଲେଖିଥିବା ଚିଠି ଅନୁଜାୟୀ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା ହୋଇଥିବା ଗ୍ରୀଷ୍ମ ଛୁଟି ଅବଧି ଚଳିତ ମାସ ୩୧ ତାରିଖରେ ଶେଷ ହେଉଛି ।

୨୦୨୧ ଏପ୍ରିଲ ୧୬ତାରିଖରେ ବିଭାଗ ପକ୍ଷରୁ ଜାରି କୋଭିଡ୍ ଗାଇଡଲାଇନ୍ ଅନୁଯାୟୀ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢ଼ା ହେବ । ସେଥିପାଇଁ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ମାମଲା ଏବେବି ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଜୁନ୍ ପହିଲା ପର୍ଯ୍ୟନ୍ତ ଲକଡାଉନ୍ ଥିବାବେଳେ ସାପ୍ତାହିକ ଶଟଡାଉନ୍ ମଧ୍ୟ ବଳବତ୍ତର ରହିଛି। କିନ୍ତୁ ଏହା ସତ୍ତ୍ୱେ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ପାଇଁ ଗତକାଲି ନିଷ୍ପତ୍ତି ନେଇଛନ୍ତି ।

new life
You might also like
error: Content is protected !!