ଜନ୍ମଦିନ ପାଳନ ଏକ ଟ୍ରେଣ୍ଡ ରେ ପରିଣତ ହେଲାଣି । ତାରକା ହୋଟେଲରେ ସାଙ୍ଗସାଥୀଙ୍କ ସହ ଜାକଜମକରେ ଜନ୍ମଦିନର ଖୁସି ମନାଉଛନ୍ତି । ହେଲେ ଏମିତି ହାତଗଣତି କିଛି ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ଏଭଳି ଚାକଚକ୍ୟଠୁ ଦୂରେଇ ନିଆରା ଢଙ୍ଗରେ ଜନ୍ମଦିନ ପାଳିବାକୁ ପସନ୍ଦ କରିଥାନ୍ତି । ଏମିତି ଏକ ବ୍ୟକ୍ତିତ୍ୱ ହେଉଛନ୍ତି ଢେଙ୍କାନାଳ ଜିଲ୍ଲା ପ୍ରଜଙ୍ଗ ବ୍ଳକ ଅନ୍ତର୍ଗତ ପାଟରପଦା ଗ୍ରାମର ପ୍ରଭାତ ପ୍ରଧାନ ।
ସେ ଜନ୍ମଦିବସ ଅବସରରେ ଅସହାୟ ଏବଂ ବସ୍ତିରେ ରହୁଥିବା କୁନି ପିଲାଙ୍କୁ ଚକଲେଟ ଓ କେକ୍ ଖୁଆଇବା ସହ ଦିନଟିଏ ପାଇଁ ହେଉ ପଛେ ଯେପରି ସମସ୍ତେ ପେଟପୁରା ଖାଇପାରିବେ ଏନେଇ ମଧ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ କରିଛନ୍ତି ।ତେବେ ତାଙ୍କର ଜନ୍ମ ଦିନ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଶାନ୍ତ ବିଶ୍ୱାଳ ।