News
WhatsApp Image 2023-10-04 at 17.25.00
samparksetu

ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଇବା ପାଇଁ ଆଜିଠାରୁ ବୁକିଂ ଆରମ୍ଭ

୨୦୧୯ ମସିହା ପୂର୍ବରୁ ପଞ୍ଚିକୃତ ଗାଡିରେ ପୁରୁଣା ନମ୍ବର ପ୍ଳେଟ୍ ବଦଳରେ ‘ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍’ ବା (ଏଚଏସଆରପି ) ଲଗାଇବା ପାଇଁ ଆଜିଠାରୁ ବୁକିଂ ଆରମ୍ଭ ହେଉଛି । ଏଥିପାଇଁ ସୋସାଇଟି ଅଫ୍ ଇଣ୍ଡିଆନ୍ ଅଟୋମୋବାଇଲ ମ୍ୟାନ୍ୟୁଫ୍ୟାକଚରର୍ (ସିଆମ୍) ପକ୍ଷରୁ https://www.siam.in/ ପୋର୍ଟାଲ ପ୍ରସ୍ତୁତ କରାଯାଇଛି । ଏଥିରେ ଗାଡିର ସବିଶେଷ ସୂଚନା ଦିଆଯିବା ପରେ ଗାଡି ମାଲିକଙ୍କୁ ତାଙ୍କ ପସନ୍ଦ ଅନୁସାରେ ନମ୍ବର ପ୍ଲେଟ୍ ଲଗାଇବା ପାଇଁ ଦିନ ଓ ସ୍ଥାନ ଧାର୍ଯ୍ୟ କରିବେ । ଗାଡି ନିର୍ମାତା କମ୍ପାନୀ ଗୁଡିକଙ୍କ ଅନୁସାରେ, ବିଭିନ୍ନ ଗାଡିର ନମ୍ବର ପ୍ଳେଟ୍ ପାଇଁ ଅଲଗା ଅଲଗା ମୂଲ୍ୟ ଧାର୍ଯ୍ୟ କରାଯାଇଛି ।

ଜଣେ ଗାଡି ମାଲିକ କିପରି ତାଙ୍କ ଗାଡି ନମ୍ବର ପ୍ଲେଟ୍ ପରିବର୍ତ୍ତନ ପାଇଁ ଆବେଦନ କରିବେ ସେନେଇ ଏସଟିଏ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ସିଆମ୍ ପୋର୍ଟାଲକୁ ଯାଇ ‘ବ୍ଲକ ମାଇ ଏଚଏସଆରପି’ ରେ କ୍ଲିକ୍ କରିବେ । ଏହାପରେ ପୋର୍ଟାଲ ରେ ଦୁଇ ଚକିଆ କିମ୍ବା ଚାରି ଚକିଆ ଗାଡିର ସୂଚନା ଦେବେ । କେଉଁ କମ୍ପାନୀ ଗାଡି, ଇଞ୍ଜିନ୍ ନମ୍ବର ଓ ଚେଚିସ୍  ନମ୍ବର ଲେଖିବାକୁ ପୋର୍ଟାଲ ପକ୍ଷରୁ କୁହାଯିବ ।

ଏହଇ ସବୁ ସୂଚନା ପଇଠ କରିବା ପରେ ରାଜ୍ୟ ସରକାରଙ୍କ ବାହାନ ପୋର୍ଟାଲରୁ ଗାଡି ବିଷୟରେ ସବିଶେଷ ତଥ୍ୟ ସଂଗ୍ରହ କରି ଏହି ପୋର୍ଟାଲରେ ଯଦି ସବୁ ତଥ୍ୟ ଠିକ ଥାଏ ତେବେ କେଉଁ ଦିନ , କେଉଁ ସ୍ଥାନରେ ଗାଡି ନମ୍ବର ଲଗାଇବାକୁ ଚାହୁଁଛନ୍ତି ସେ ନେଇ ଚଏସ୍ ଅପ୍ସନ୍ ଆସିବ । ଗାଡି ମାଲିକ ନିଜ ପସନ୍ଦ ଅନୁସାରେ ଜାଗା, ସ୍ଥାନ କ୍ଲିକ୍ କରିବା ପରେ ଏହି ନମ୍ବର ବଦଳାଇବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ଏହି ପୋର୍ଟାଲକୁ ଯିବା ପୂର୍ବରୁ ପ୍ରଥମେ ଗାଡି ନମ୍ବର ବଦଳାଇବା ପାଇଁ କେତେ ଟଙ୍କା ଧାର୍ଯ୍ୟ କରାଯାଇଛି ସେ ବାବଦରେ ଉଲ୍ଲେଖ କରାଯିବ । ଦୁଇ ଚକିଆ ଗାଡିର ନମ୍ବର ପ୍ଲେଟ୍ ବଦଳାଇବା ଲାଗି ୩୨୦ ରୁ ୩୮୦ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିବାକୁ ପଡିବ । ସେହିପରରି ୩ ଚକିଆ ଗାଡି ପାଇଁ ୩୫୦ରୁ ୪୫୦ ଟଙ୍କା, ଚାରି ଚକିଆ ଗାଡି ପାଇଁ ୫୯୦ରୁ ୭୦୦ ଟଙ୍କା ଏବଂ ଭାରୀଯାନ ପାଇଁ ୬୦୦ରୁ ୮୦୦ ଟଙ୍କା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିବାର ସୂଚନା ମିଳିଛି ।

ନିୟମ ଅନୁସାରେ ଗାଡି ଗୁଡିକର ପଞ୍ଚୀକରଣ ନମ୍ବର ଅନୁସାରେ ଏଚଏସଆରପି ନମ୍ବର ଲଗାଇବର ସମୟ ସୀମା ଧାର୍ଯ୍ୟ କରାଯାଇଛି । ଯେଉଁ ଗାଡି ଗୁଡିକ ପଞ୍ଜୀକରଣ ଶେଷ ନମ୍ବର ୧ ଏବଂ ୨ରୁ ଆରମ୍ଭ ସେମାନେ ଅଗଷ୍ଟ ଶେଷ ସୁଦ୍ଧା ନୂଆ ନମ୍ବର ପ୍ଲେଟ୍ ଲଗାଇବା କାର୍ଯ୍ୟ ଶେଷ କରିବେ । ସେହିପରି ଯେଉଁ ଗାଡିର ପଞ୍ଜୀକରଣ ଶେଷ ନମ୍ବର ୩ ଓ ୪ ସେହି ଗାଡି ଗୁଡିକ ସେପ୍ଟେମ୍ବର ୩୦ ସୁଦ୍ଧା; ୫ ଓ ୬ ନମ୍ବର ଥିବା ଗାଡି ଅକ୍ଟୋବର ୩୧ ସୁଦ୍ଧା , ୭ ଓ ୮ ନମ୍ବର ଥିବା ଗାଡି ନଭେମ୍ବର ୩୦ ତାରିଖ ସୁଦ୍ଧା ଏବଂ ଯେଉଁସବୁ ଗାଡିର ପଞ୍ଜୀକରଣ ନମ୍ବର ୯ ଓ ୦ ରେ ଶେଷ ହୋଇଛି ସେମାନଙ୍କ ପାଇଁ ଶେଷ ସମୟ ସୀମା ଡିସେମ୍ବର ୩୧ ତାରିଖକୁ ଧାର୍ଯ୍ୟ କରାଯାଇଛି ।

ଯେଉଁମାନେ ଏହି ଧାର୍ଯ୍ୟ ସମୟ ମଧ୍ୟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ନଲଗାଇବେ ସେମାନଙ୍କ ଉପରେ ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ ଜରିମାନା ଲାଗିବାକୁ ନିୟମ ହୋଇଛି ।

new life
You might also like
error: Content is protected !!