ଜନ୍ମଦିନ ପାଳନ ଏକ ଟ୍ରେଣ୍ଡ ରେ ପରିଣତ ହେଲାଣି । ତାରକା ହୋଟେଲରେ ସାଙ୍ଗସାଥୀଙ୍କ ସହ ଜାକଜମକରେ ଜନ୍ମଦିନର ଖୁସି ମନାଉଛନ୍ତି । ହେଲେ ଏମିତି ହାତଗଣତି କିଛି ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ଏଭଳି ଚାକଚକ୍ୟଠୁ ଦୂରେଇ ନିଆରା ଢଙ୍ଗରେ ଜନ୍ମଦିନ ପାଳିବାକୁ ପସନ୍ଦ କରିଥାନ୍ତି । ଏମିତି ଏକ ପରିବାର ହେଉଛନ୍ତି ଢେଙ୍କାନାଳ ସହର ଶାସନ ସ୍ଥିତ ପାର୍ଥ ସାରଥୀ ପଣ୍ଡାଙ୍କ ପରିବାର ।
ପାର୍ଥସାରଥୀ ପଣ୍ଡା ଓ ଶ୍ୱେତାଲିନା ପଣ୍ଡା ତାଙ୍କ ପୁଅ ପ୍ରତ୍ୟୁଷ ପଣ୍ଡା ଙ୍କ ୨ୟ ଜନ୍ମଦିବସ ଅବସରରେ ଅସହାୟ ଏବଂ ବସ୍ତିରେ ରହୁଥିବା କୁନି ପିଲାଙ୍କୁ ଚକଲେଟ ଓ କେକ୍ ଖୁଆଇବା ସହ ଦିନଟିଏ ପାଇଁ ହେଉ ପଛେ ଯେପରି ସମସ୍ତେ ପେଟପୁରା ଖାଇପାରିବେ ଏନେଇ ମଧ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ କରିଛନ୍ତି ସେ ।
କାହା ମୁହଁରେ ଯଦି ଚେନାଏ ହସ ଫୁଟାଇ ପାରିବା ତେବେ ଆମ ଜୀବନ ବି ଆନନ୍ଦମୟ ହୋଇଉଠିବ ଏହା ଥିଲା ପଣ୍ଡା ପରିବାରଙ୍କର ଚିନ୍ତାଧାରା ।
