ଗାଧୋଇବାକୁ ଯାଇ ନଦୀରେ ବୁଡିଗଲେ ଯୁବକ । ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ବ୍ଲକର ମନ୍ଦାର ନିକଟସ୍ଥ ଦଲାର ବ୍ରାହ୍ମଣୀ ନଦୀ ଘାଟରେ ଏହି ଅଘଟଣ ଘଟିଛି । ନଦୀରେ ନିଖୋଜ ହୋଇଥିବା ଯୁବକ ଜଣଙ୍କ ସ୍ଥାନୀୟ ଦଲାର ଗ୍ରାମର ଆମ୍ବୁଜ ମଲ୍ଲିକ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ କି , ଆମ୍ବୁଜ ନଦୀରେ ଗାଧୋଉଥିବାବେଳେ ଅସାବଧାନତା ବଶତଃ ନଦୀରେ ଭାସି ଯାଇଥିବା ଜଣାପଡିଛି । ଏହି ଘଟଣା ପରେ ଗ୍ରାମବାସୀ ନଦୀ କୂଳରେ ଭିଡ଼ ଜମାଇଥିବା ଦେଖିବାକୁ ମିଳିଛି । ଖବର ପାଇ ଗଣ୍ଡିଆରୁ ଦମକଳ ବାହିନୀ ପହଞ୍ଚି ନିଖୋଜ ଆମ୍ବୁଜଙ୍କୁ ନଦୀରେ ଖୋଜଖୋଜି କରିବା ଜାରି ରଖିଛି ।
