କୋଭିଡର ନିୟମାବଳୀ କୁ ଆଖି ଆଗରେ ରଖି ଆଜି ଢେଙ୍କାନାଳ ଜିଲ୍ଲା ଇନ୍ଦିପୁର ସ୍ଥିତ ସଚ୍ଚିଦାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ମତଦାତା ଦିବସ ପାଳିତ ହେଇଯାଇଛି।
ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଏହି ମତଦାତା ଦିବସ ପାଳିତ ହେଇଯାଇଛି । ଏହି ଦିବସରେ ବିଦ୍ୟାଳୟର ଅଧକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ର ଛାତ୍ରଛାତ୍ରୀ ମାନଙ୍କୁ ମତଦାତା ଦିବସ ଉପରେ ସଚେତନତା ସୃଷ୍ଟିକରିଥିଲେ ।
ବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ମାନଙ୍କୁ ନେଇ ମତଦାତା ଦିବସ ପାଇଁ ଅନୁସୃତ ସତ୍ୟପାଠ କରାଇଥିଲେ । ପରିଶେଷରେ ଛାତ୍ର ଛାତ୍ରୀ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
