News
WhatsApp Image 2023-10-04 at 17.25.00
samparksetu

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ରୋଡ଼ ସୋ ଏବଂ ରାଲି ଉପରେ କଟକଣା

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ । ୫ଟି ପର୍ଯ୍ୟାୟରେ ହେବ ଚଳିତ ପଞ୍ଚାୟତ ନିର୍ବାଚନ । ପ୍ରତି ପର୍ଯ୍ୟାୟ ମଧ୍ୟରେ ଗୋଟିଏ ଦିନ ବ୍ୟବଧାନ ରହିବ । ଚଳିତ ପଞ୍ଚାୟତ ନିର୍ବାଚନରେ  ୯୧,୯୧୩ ୱାର୍ଡରେ ନିର୍ବାଚନ ହେବାକୁ ଥିବା ବେଳେ ୬୭୯୪ ପଞ୍ଚାୟତରେ ସରପଞ୍ଚ ପଦ ପାଇଁ, ୬୭୯୩ ପଞ୍ଚାୟତ ସମିତି ପାଇଁ,  ୮୫୩ ଜିଲ୍ଲା ପରିଷଦ ଜୋନରେ ନିର୍ବାଚନ ହେବ । ଏହି ୮୫୩ ଜିଲ୍ଲା ପରିଷଦରୁ ୪୩୩ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି ସେହିଭଳି ଚଳିତ ପଞ୍ଚାୟତ ନିର୍ବାଚନରେ ମୋଟ୍ ୨ କୋଟି ୭୯ ଲକ୍ଷ ଭୋଟର ମତଦାନ କରିବେ । କୋଭିଡ କଟକଣା ହେତୁ ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ଯାଏଁ ଭୋଟଗ୍ରହଣ କରାଯିବାର ବ୍ୟବସ୍ଥା କରାଯିବ ।

ଆସନ୍ତା ଫେବ୍ରୁଆରୀ ୧୬, ୧୮, ୨୦, ୨୨, ୨୪ ତାରିଖରେ ନିର୍ବାଚନ ହେବ । ସେହିଭଳି ଫେବ୍ରୁଆରୀ ୨୬, ୨୭ ଓ ୨୮ ତାରିଖରେ ୩ଟି ପର୍ଯ୍ୟାୟରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ଜାନୁଆରୀ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ୧୭ ଜାନୁଆରୀରୁ ୨୧ ଜାନୁଆରୀ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୨୨ ଜାନୁଆରୀରେ ନାମାଙ୍କନପତ୍ର ଯାଞ୍ଚ କରାଯିବ, ୨୫ ଜାନୁଆରୀ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ସେହି ୨୫ ଜାନୁଆରୀ ଚୁଡାନ୍ତ ତାଲିକା ପ୍ରକାଶ ପାଇବ । ସବୁ ପର୍ଯ୍ୟାୟର ନିର୍ବାଚନ ଶେଷ ହେବା ପରେ ବ୍ଲକସ୍ତରରେ ଭୋଟ ଗଣତି ହେବ ବୋଲି
ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚଳିତ ପଞ୍ଚାୟତ ନିର୍ବାଚନରେ କୋଭିଡ କଟକଣାକୁ କଡାକଡି ପାଳନ କରାଯିବ । ଚଳିତ ପଞ୍ଚାୟତ ନିର୍ବାଚନ ବିନା ରାଲି ଓ ବିନା ରୋଡ ସୋ’ରେ ହେବ । କରୋନା କାରଣରୁ କୌଣସି ରାଲିକୁ ଅନୁମତି ମିଳିବ ନାହିଁ । ସେହିଭଳି ରୋଡ ସୋ ଉପରେ ରୋକ ଲଗାଯାଇଥିବା ବେଳେ କେବଳ ୫ ଜଣଙ୍କୁ ଧରି ଘରକୁ ଘର ବୁଲି ପ୍ରଚାର କରିପାରିବେ ପ୍ରାର୍ଥୀ ।

new life
You might also like
error: Content is protected !!